Odia News Portal

ରାଜ୍ୟରେ ଆଉ ୨୫ ଜୀବନ ନେଲା କିଲର୍ ଭାଇରସ୍

ଭୁବନେଶ୍ୱର:ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି ।

ମୃତ ସଂକ୍ରମିତବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।