Odia News Portal

ରାଜ୍ୟରେ ଆଉ ୨୬ ଜୀବନ ନେଲା କିଲର୍ ଭାଇରସ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ୨୬ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜିର କୋଭିଡ୍ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ , ଗଜପତି, କୋରାପୁଟ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।