Odia News Portal

ରାଜ୍ୟରେ ଆଉ ୨୬୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୮୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିହଂପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ,ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ସଂକ୍ରମିତ ରହିଛନ୍ତି ।୨୬୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୮୬୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୨୭,୮୦୩ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୧୧୫ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୯୧ ରହିଛି।