Odia News Portal

ଆଜି ଆଉ ୨୮ ସଂକ୍ରମିତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର: ରାଜ୍ୟ ଆଡ଼କୁ ଏବେ ବାତ୍ୟା ପ୍ରକୋପ ମାଡ଼ି ଆସୁଥିବା ସମୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି ।ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୫୨ ଜଣ କୋଭିଡ଼ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜିର ମୃତକ ମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ସମୟରେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଅନୁଗୁଳ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଓ ପୁରୀ ,ନବରଙ୍ଗପୁର , ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, ଗଜପତି, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।