Odia News Portal

ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସମୟରେ ୩ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ୩ ମୃତକଙ୍କ ମଧ୍ୟରେ ଭଦ୍ରକ, ବଲାଙ୍ଗୀର, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୩୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୭୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।