Odia News Portal

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୩୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।