Odia News Portal

ରାଜ୍ୟରେ ଆଉ ୩୦୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୫୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୧୭୨ ଜଣ କ୍ଵାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୩୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୮୨୭୧୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।