Odia News Portal

ରାଜ୍ୟରେ ଆଉ ୩୦୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୩୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ଚିହ୍ନଟ ହୋଇଛନ୍ତି |

ସେହିଭଳି କଟକ ଜିଲ୍ଲାରୁ ୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, କୋରପୁଟ ଜିଲ୍ଲାରୁ ଜଣେ , ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬ଜମ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୩୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୭୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।