Odia News Portal

ରାଜ୍ୟରେ ଆଉ ୩୧୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୬୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୧ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ୧୫ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ୨୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି କଟକ ଜିଲ୍ଲାରୁ ୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗସତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ଚିହ୍ନଟ ହୋଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୫୧୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୯୪୬୯୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।