Odia News Portal

ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ, ୧,୮୨୫ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ କରୋନାରେ ଚାଲିଯାଇଛି ଆଉ ୫ ଜଣଙ୍କ ଜୀବନ। ରାଜ୍ୟରେ ଦିନ କୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୨୫ରେ ପହଞ୍ଚି ଯାଇଛି।

୫ ମୃତକଙ୍କ ମଧ୍ୟରୁ ୨ ଜଣ ସୁନ୍ଦରଗଡ଼ରୁ ହୋଇଥିବା ବେଳେ ବାଲେଶ୍ୱର, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ୨ ଜଣଙ୍କ ମୃତ୍ୟୁ ସହିତ ସୁନ୍ଦରଗଡ଼ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୮ରେ ପହଞ୍ଚି ଯାଇଛି। ସେହିଭଳି ବାଲେଶ୍ୱରରେ ଏହି ସଂଖ୍ୟା ୯୦ରେ ପହଞ୍ଚିଥିବା ବେଳେ ଜଗତସିଂହପୁରରେ ୩୬ ଓ ପୁରୀରେ ୧୧୧ର ହୋଇଛି |

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୧୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୨୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।