Odia News Portal

ରାଜ୍ୟରେ ୪୦୦ ମୁହାଁ ସଂକ୍ରମିତଙ୍କ ସଂଖ୍ୟା

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦ଜଣ ପଜିଟିଭ୍ ଚିହ୍ନଟ |

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୩୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୩ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୨୩୧ ଜଣ କ୍ଵାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ,କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ,ବରଗଡ଼ ଜିଲ୍ଲାରୁ ୩୪ଜଣ ରହିଛନ୍ତି |

ସେହିଭଳି ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୦ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୧୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୨୪୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୦୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।