Odia News Portal

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

*୨୪ ଘଣ୍ଟା ମଧ୍ୟରେ ୪୪୪୫ ସଂକ୍ରମିତ ଚିହ୍ନଟ ।

ଭୁବନେଶ୍ବର:ରାଜ୍ୟରେ ବଢ଼ିଚାଲିଛି ସଂକ୍ରମଣ ।ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏନେଇ ଆଜି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଝାରସୁଗଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୬୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।