Odia News Portal

ରାଜ୍ୟରେ ସାଙ୍ଘାତିକ ସ୍ଥିତି: ୨୪ ଘଣ୍ଟାରେ ୪୪୪୫ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୨୫୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୬୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୧ଜଣ,କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କଳାହାଣ୍ଡି ଜିଲ୍ଲାରୁ ୨୭୩ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୩ଜଣ, ବରଗଡ଼ ଜିଲ୍ଲାରୁ ୧୭୮ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୮ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୨୫୧ଜଣ, ଦେଓଗଡ଼ ଜିଲ୍ଲାରୁ ୩୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୭ଜଣ, ନୟାଗଡ଼ ଜିଲ୍ଲାରୁ ୫୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୭ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୧ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୨୫ଜଣ ରହିଛନ୍ତି ।