Odia News Portal

ରାଜ୍ୟରେ ୨୪ ଘଣ୍ଟାରେ ୪୭୬୧ ପଜିଟିଭ୍

* ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ଜଣ ଚିହ୍ନଟ ।

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୭୪୬୪ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ରହିଥିବା ୧୯୭୬ଜଣ ସ୍ଥାନୀୟ ବାସିନ୍ଦା ବେଳେ ୨୭୮୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୧ଜଣ, କଟକ ଜିଲ୍ଲାରୁ ୧୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୨୦ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୪ଜଣ, ନୟାଗଡ଼ ଜିଲ୍ଲାରୁ ୬୩ଜଣ, ନୂଆପଡ଼ା ଜିଲ୍ଲାରୁ ୫୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୪୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୧୯୮ଜଣ, ଭଦ୍ରକ ଜିଲ୍ଲାରୁ ୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ,ଯାଜପୁର ଜିଲ୍ଲାରୁ ୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୭ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୬୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୮୩ଜଣ, ସୋନପୁର ଜିଲ୍ଲାରୁ ୪୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୬୦ଜଣ ରହିଛନ୍ତି ।