Odia News Portal

ଆଉ ୬୫ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୩୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫ଜଣ, ଦେବଗଡ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।ସେହିଭଳି ରାଜ୍ୟରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୨୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୭୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।