Odia News Portal

ସାଙ୍ଘାତିକ କରୋନାସ୍ଥିତି: ଆଜି ୬୯୯୮ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୬୯୯୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫୧୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୪୪ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୦୫୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ଜଣ, ଅନୁଗୁଳ ଜିଲ୍ଲାରୁ ୩୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯୭ଜଣ, ବରଗଡ଼ ଜିଲ୍ଲାରୁ ୩୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩୬ଜଣ, ବୌଦ୍ଧ ଜିଲ୍ଲାରୁ ୬୫ଜଣ, କଟକ ଜିଲ୍ଲାରୁ ୫୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୭୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ଜଣ, ଗଜପତି ଜିଲ୍ଲାରୁ ୧୨୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୪ଜଣ, ଯାଜପୁର ଜିଲ୍ଲାରୁ ୨୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯୬ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି କଳାହାଣ୍ଡି ଜିଲ୍ଲାରୁ ୨୯୨ଜଣ, କନ୍ଧମାଳ ଜିଲ୍ଲାରୁ ୪୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୦ଜଣ, କୋରାପୁଟ ଜିଲ୍ଲାରୁ ୫୭ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୦୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୪୨୦ଜଣ, ପୁରୀ ଜିଲ୍ଲାରୁ ୨୮୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୨୩ଜଣ, ସୋନପୁର ଜିଲ୍ଲାରୁ ୧୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୮୫ଜଣ ରହିଛନ୍ତି ।