Odia News Portal

ରାଜ୍ୟରେ କମିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରାମିତଙ୍କ ମଧ୍ୟରୁ ନୂଆପଡ଼ାରୁ ସର୍ବାଧିକ ୧୧ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୨, କଟକରୁ ୪, ଦେବଗଡ଼ରୁ ୨, ଯାଜପୁରରୁ ୫, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୩, ପୁରୀରୁ ୮ ଓ ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ବଲାଙ୍ଗିର, ଗଞ୍ଜାମ, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ ଓ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଜପତି, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୮୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୬୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।