Odia News Portal

ରାଜ୍ୟରେ ଆଉ ୮ ଜୀବନ ନେଲା କିଲର୍ ଭାଇରସ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବଲାଙ୍ଗୀର,ବାଲେଶ୍ବର, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୪୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୧୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୯୩୪୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।