Odia News Portal

କରୋନା ରେକର୍ଡ଼ ପାର୍: ୨୪ ଘଣ୍ଟାରେ ୮୩୮୬ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ପାର ୮୩୮୬ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୭୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୦ଜଣ, ଅନୁଗୁଳ ଜିଲ୍ଲାରୁ ୩୪୭ଜଣ, ବୌଦ୍ଧ ଜିଲ୍ଲାରୁ ୮୩ଜଣ, କଟକ ଜିଲ୍ଲାରୁ ୪୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨୬ଜଣ, କନ୍ଧମାଳ ଜିଲ୍ଲାରୁ ୫୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୨ଜଣ, ବରଗଡ଼ ଜିଲ୍ଲାରୁ ୨୫୭ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୨୭୦ଜଣ,କେନ୍ଦୁଝର ଜିଲ୍ଲାରୁ ୧୭୫ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୩୩ଜଣ, ପୁରୀ ଜିଲ୍ଲାରୁ ୨୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୭ଜଣ, ସୋନପୁର ଜିଲ୍ଲାରୁ ୬୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୪୮ଜଣ ରହିଛନ୍ତି ।