Odia News Portal

ରାଜ୍ୟରେ କରୋନାସ୍ଥିତି: ୨୪ ଘଣ୍ଟାରେ ୮୯୧୪ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୯୧୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୩୮୩୩ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୦୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ସେହିଭଳି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଧାରୁ ସର୍ବାଧିକ ୧୨୫୮, ଅନୁଗୋଳରୁ ୩୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୭୯, ଦେବଗଡରୁ ୧୦୩, ଢେଙ୍କାନାଳରୁ ୧୪୯, ଗଜପତିରୁ ୧୬୫, ପୁରୀରୁ ୫୩୦, ରାୟଗଡାରୁ ୧୫୭, ସମ୍ବଲପୁରରୁ ୫୨୦, ସୋନପୁରରୁ ୧୨୧, ଗଞ୍ଜାମରୁ ୨୬୨, ଜଗତସିଂପୁରରୁ ୧୦୯, ଯାଜପୁରରୁ ୨୩୨, ଝାରସୁଗୁଡାରୁ ୩୦୪,

କଳାହାଣ୍ଡିରୁ ୨୩୬, କନ୍ଧମାଳରୁ ୬୨, କେନ୍ଦ୍ରାପଡାରୁ ୧୩୨, କେନ୍ଦୁଝରରୁ ୧୦୪, କୋରାପୁଟରୁ ୧୪୫, ମାଲକାନଗିରିରୁ ୭୩, ନୂଆପଡାରୁ ୨୭୮, ମୟୂରଭ଼ଞ୍ଜରୁ ୧୩୪, ନବରଙ୍ଗପୁରରୁ ୪୩୩, ନୟାଗଡରୁ ୧୯୪, କଟକରୁ ୫୮୭, ବରଗଡରୁ ୪୫୨, ଭଦ୍ରକରୁ ୩୫୧, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୧୭୫, ସୁନ୍ଦରଗଡରୁ ୫୯୨ ଜଣ ଆକ୍ରାନ୍ତ ରହିଛନ୍ତି ।