Odia News Portal

ରାଜ୍ୟରେ ୩୦୦ ଟପିଲା ଓମିକ୍ରନ ସଂଖ୍ୟା

ଓଡିଶାରେ ଆଉ ୧୪୫ ନୂଆ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେଲେ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭ ରେ ପହଞ୍ଚିଛି । ଆଉ ୧୪୫ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ, ୧୫ ତାରିଖରେ ୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ତାରିଖରେ ୧୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୩୪୭କୁ ବୃଦ୍ଧି ହୋଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୮୪୨୦୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।