ଆଜି କାର୍ତ୍ତିକ ପୂର୍ଣ୍ଣିମା: ପଞ୍ଚକର ଶେଷ ଦିନରେ ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ By Swadhikar News Last updated Nov 5, 2025 ଆଜି କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ଆଜି ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ବଡ଼ି ଭୋରରୁ ଦ୍ବାରଫିଟା ପରେ ନୀତିକାନ୍ତି ବଢିବା ସହ ଚାଲିଛି ସର୍ବସାଧାରଣ ଦର୍ଶନ । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ମନ୍ଦିରରେ ପ୍ରବଳ ଭିଡ଼ ଲାଗିଛି ।ମହାପ୍ରଭୁ ପ୍ରତିବର୍ଷ ୫ ଥର ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । କାର୍ତ୍ତିକ ପୂର୍ଣ୍ଣିମାରେ ଅନୁଷ୍ଠିତ ହେଉଥିବା ସୁନାବେଶ ହେଉଛି ଐଶ୍ଚର୍ଯ୍ୟର ବେଶ । ଅତୀତରେ ଓଡ଼ିଆ ସାଧବ ପୁଅମାନେ ମହାପ୍ରଭୁଙ୍କୁ ସ୍ମରଣ କରି ବିଦେଶକୁ ବୋଇତ ମାଧ୍ୟମରେ ଯାଇ ବାଣିଜ୍ୟ କରି ବିପୁଳ ଧନ ରତ୍ନ ଆଣି ମହାପ୍ରଭୁଙ୍କୁ ସମର୍ପିତ କରୁଥିଲେ । ଏହାର ନିଦର୍ଶନ ସ୍ଵରୂପ ମହାପ୍ରଭୁ ମହଣ ମହଣ ସୁନାରେ ବିଭୂଷିତ ହୋଇ ଭକ୍ତଙ୍କୁ ସୁନାବେଶ ତଥା ରାଜାଧିରାଜ ବେଶରେ ଦର୍ଶନ ଦେଇଥାନ୍ତି ।ଆଜି କେବଳ ସିଂହଦ୍ବାର ଦେଇ ପ୍ରବେଶ ବ୍ୟବସ୍ଥା କରାଯାଇଥିବା ବେଳେ, ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ ବ୍ୟବସ୍ଥା ହୋଇଛି । ମାର୍କେଟ ଛକ ଠାରୁ ବ୍ୟାରିକେଡ଼ କରାଯାଇଥିବା ବେଳେ, ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ , ୩୦ ଜଣ ମାଜିଷ୍ଟ୍ରେଟ ଓ ସ୍ବେଚ୍ଛାସେବୀ ମୁତୟନ ହୋଇଛନ୍ତି । swadhikarswadhikar news Share