Odia News Portal

ଆଉ ଜଣକ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୬୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।