Odia News Portal

ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି ଆରମ୍ଭ: ପ୍ରଥମେ ୨୯୬ଟି ପୋଷ୍ଟାଲ ବାଲାଟ ଗଣତି

ପଦ୍ମପୁର ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲାଟରୁ ଗଣତି ଆରମ୍ଭ ହୋଇଛି । ୨୯୬ଟି ପୋଷ୍ଟାଲ ବାଲାଟ ଗଣତି ହେଉଛି । ୮ଟା.୩୦ରେ ହେବ ଇଭିଏମ ଗଣତି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ । ୨୪ଟି ସର୍ଭିସ ଭୋଟରଙ୍କ ଭୋଟ୍ ଓ ୨୭୨ଟି ଅନୁପସ୍ଥିତ ଭୋଟରଙ୍କ ଭୋଟ୍ ଗଣତି ହେବ । ଅନୁପସ୍ଥିତ ଭୋଟରଙ୍କ ମଧ୍ୟରେ ମତଦାନ କେନ୍ଦ୍ରକୁ ଆସିପାରିନଥିବା ଦିବ୍ୟାଙ୍ଗ ଓ ୮୦ ବର୍ଷରୁ ଊଦ୍ଧ୍ୱର୍ ନାଗରିକ ସାମିଲ ଅଛନ୍ତି ।

ବିଜେଡି ପ୍ରାର୍ଥୀ ବର୍ଷା ବରିହା ସିଂ, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ପଦ୍ମପୁର ନିୟନ୍ତ୍ରିତ ବଜାର ପ୍ରାଙ୍ଗଣରେ ଭୋଟ୍ ଗଣତି କରାଯିବ ।