Odia News Portal

ପଦ୍ମପୁର ଉପନିର୍ବାଚନ : ନାମାଙ୍କନ କଲେ ବର୍ଷା, ସତ୍ୟଭୂଷଣ, ପ୍ରଦୀପ

ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ କଲେ ବର୍ଷା ସିଂ ବରିହା । ବିଜେଡି ପ୍ରାର୍ଥୀ ଭାବେ ପଦ୍ମପୁର ଉପଜିଲ୍ଲାପାଳଙ୍କ ଠାରେ ନାମାଙ୍କନ ଭରିଲେ । ବର୍ଷାଙ୍କ ପରେ ନାମାଙ୍କନ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ । ସମର୍ଥକଙ୍କ ସହ ଆସି ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ।
ଗୁରୁବାର ପଦ୍ମପୁର ଉପନିର୍ବାଚନର ନାମାଙ୍କନ ଦାଖଲର ଅନ୍ତିମ ଦିବସ ହୋଇଥିବା ବେଳେ ପ୍ରଥମେ ସ୍ଵାଧୀନ ପ୍ରାର୍ଥୀ ଭାବେ ଜୟନ୍ତ ଥାପା ନାମାଙ୍କନ ଦାଖଲ କରିଥିଲେ। ପରେ ବର୍ଷା ବରିହା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହାପରେ ବିଜେପି ଓ କଂଗ୍ରେସର ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ବରଗଡ଼ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନ ପାଇଁ ଆସନ୍ତା ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ଵର ୧୭ରେ ଅର୍ଥାତ ଆଜି ନାମାଙ୍କନ ଦାଖଲର ଶେଷ ଦିନ ଥିବାବେଳେ ୧୮ରେ ନାମାଙ୍କନ ଯାଞ୍ଚ୍ ହେବ । ସେହିଭଳି ନଭେମ୍ବର ୨୧ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବାବେଳେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଡିସେମ୍ବର ୫ରେ ନିର୍ବାଚନ ହେବାକୁ ଥିବାବେଳେ ୮ତାରିଖରେ ଭୋଟ ଗଣତି ହେବ।