ଅନୁଗୁଳ: ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିବା ପରେ ଏ ସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ (ସିପିପି) ଆରମ୍ଭ କରିବାକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି ।

ଚିଠିରେ ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ, ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମଲିିୟନ ଟନ୍ ବୃଦ୍ଧି କରିବା ପାଇଁ ଓଡିଶାର ଅନୁଗୁଳ ଜିଲ୍ଲାରେ ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଣ୍ଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତ୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟ ଚାଲିଛି । ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି ।

ଏହି ପରିପ୍ରେକ୍ଷୀରେ ଅନୁଗୁଳ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ଅନୁଗୁଳ ଜିଲ୍ଲା ସ୍ଥିତ ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଣ୍ଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ ଉତ୍ପାଦନ କ୍ଷମତା ୧ ମିଲିୟନ ଟନ୍ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ ଆରମ୍ଭ କରିବାକୁ ଚିଠିରେ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।