Odia News Portal

ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ମଙ୍ଗଳବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାସହ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ଏଥିପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଚୟନକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ କରିଦେଇଛନ୍ତି । ତେବେ ଏଯାଏଁ କୌଣସି ଦଳ ନିଜ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନଥିଲେ ମଧ୍ୟ ବିଜେପି ଓ ବିଜେଡିର ପ୍ରାର୍ଥୀ ପ୍ରାୟତଃ ସ୍ଥିର ହୋଇସାରିଥିବା କୁହାଯାଉଛି । କିନ୍ତୁ କଂଗ୍ରେସ ପକ୍ଷରୁ ଏଯାଏଁ ପ୍ରାର୍ଥୀ କିଏ ହେବ ସେନେଇ ବିଚାର ବିମର୍ଷ ଚାଲିଛି । ଲାଗୁଛି ସତେ ଯେମିତି କଂଗ୍ରେସ ପ୍ରାର୍ଥୀ ଚୟନକୁ ନେଇ ଚିନ୍ତାରେ ପଡ଼ିଛି ।

ସେପଟେ ତେବେ ନାମାଙ୍କନ ବେଳେ ପ୍ରାର୍ଥୀଙ୍କ ସହ ମାତ୍ର ଦୁଇଟି ଗାଡ଼ିକୁ ଅନୁମତି ଦିଆଯାଇଛି । ଡୋର ଟୁ ଡୋର କ୍ୟାମ୍ପେନ ବେଳେ ପ୍ରାର୍ଥୀଙ୍କ ସହ ମାତ୍ର ୫ ଜଣ ରହିପାରିବେ । ସବୁଠାରୁ ବଡ଼କଥା ହେଲା କି, ୮୦ ବର୍ଷରୁ ଅଧିକ, ଦିବ୍ୟାଙ୍ଗ ଓ କରୋନା ସଂକ୍ରମିତଙ୍କ ପାଇଁ ପୋଷ୍ଟାଲ ବାଲାଟ୍ ବ୍ୟବସ୍ଥା କରାଯାଇଛି । ନିର୍ବାଚନରେ ସଂଶ୍ଳିଷ୍ଟ ଥିବା ସମସ୍ତ କର୍ମଚାରୀଙ୍କୁ ସମ୍ମୁଖ ଯୋଦ୍ଧା ଭାବେ ବିବେଚନା କରାଯିବ । ସମସ୍ତଙ୍କୁ ଠିକ୍ ସମୟରେ ଟୀକାକରଣ ମଧ୍ୟ କରାଯିବ । ପ୍ରଚାର ବେଳେ ବେଶି ସଂଖ୍ୟାରେ ଗାଡ଼ି ବ୍ୟବହାର କରିପାରିବେ କିନ୍ତୁ ମାସ୍କ, ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ ରହିବ ।

ତେବେ ଆସନ୍ତା ଏପ୍ରିଲ୍ ୧୭ ତାରିଖରେ ପିପିଲି ଉପନିର୍ବାଚନ ହେବ । ମାର୍ଚ୍ଚ ୩୦ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ, ମାର୍ଚ୍ଚ ୩୧ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ୍ ୩ । ଏପ୍ରିଲ୍ ୧୭ରେ ଭୋଟ୍ ହେବ । ମେ’ ୨ ତାରିଖରେ ଭୋଟ୍ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ୨୦୨୦ ଅକ୍ଟୋବର ୪ ତାରିଖରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଥିଲା । ଏହା ପରଠାରୁ ଉପନିର୍ବାଚନ ନେଇ ଲାଗି ରହିଥିଲା କଳ୍ପନାଜଳ୍ପନା ।