Odia News Portal

କୋଭିଡ୍ ଟିକା ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: କରୋନା ଟିକା ଗ୍ରହଣ କଲେ ପ୍ରଧାନମନ୍ତ୍ରୀ। ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ବେଳେ କରୋନା ଟିକା ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଦିଲ୍ଲୀର ଏମ୍‌ସ ହସ୍ପିଟାଲରେ ପ୍ରଧାନମନ୍ତ୍ରୀ ଟିକା ନେଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭାରତ ବାୟୋଟେକ୍‌ ପ୍ରସ୍ତୁତ କରିଥିବା କରୋନା ଟିକା ‘କୋଭାକ୍ସିନ୍’ ଦିଆଯାଇଛି । କମ୍‌ ସମୟ ମଧ୍ୟରେ ଟିକା ପ୍ରସ୍ତୁତ କରିଥିବା ବୈଜ୍ଞାନିକ ଓ ଡାକ୍ତରଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ଦେଶବାସୀ ଟିକା ନେବା ସହ ଭାରତକୁ କୋଭିଡ୍‌ ମୁକ୍ତ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ତେବେ ପ୍ରଧାନମନ୍ତ୍ରୀ ନିଜେ ଟିକା ନେବା ସହ ଉପଯୁକ୍ତ ବ୍ୟକ୍ତିଙ୍କୁ ଟିକାକରଣରେ ସାମିଲ ହେବା ପାଇଁ ଆହ୍ବାନ ଦେଇଛନ୍ତି । ସେହିପରି ବିନା ଭୟ ଏବଂ ସଙ୍କଟରେ ଟିକା ନିଅନ୍ତୁ ଏବଂ ଦେଶକୁ କରୋନାରୁ ମୁକ୍ତ କରନ୍ତୁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।