Odia News Portal

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସି ବାତ୍ୟା ୟାସର କ୍ଷୟକ୍ଷତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତାକାଲି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ଆକାଶମାର୍ଗରୁ ବୁଲି ଦେଖିବା ସହିତ ବାତ୍ୟା ସ୍ଥିତି ସମୀକ୍ଷା କରିବେ । ଏହାପରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସି ସେଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ । ତେବେ ଏହି ବୈଠକରେ ସେ କିଛି ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିପାରନ୍ତି ବୋଲି ଅନୁମାନ କରାଯାଉଛି ।

ସେହିଭଳି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରେ ବାତ୍ୟା ପ୍ରଭାବିତ ଅଞ୍ଚଳର ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଂଚଳରେ ପ୍ରାୟ ୧ ଘଣ୍ଟା ଧରି ବାତ୍ୟାର କ୍ଷୟକ୍ଷତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହା ପୂର୍ବରୁ ଗତକାଲି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା ମଧ୍ୟ କରିଥିଲେ ।