Odia News Portal

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଭେଟି ଦେବେ ଜନଜାତି ସଂଗ୍ରହାଳୟ, ସୁରକ୍ଷାରେ 45 ପ୍ଲାଟୁନ ଫୋର୍ସ

ଆଜି(ମଙ୍ଗଳବାର) ଦିନିକିଆ ରାଉରକେଲା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମ ଗସ୍ତ ପାଇଁ ଇସ୍ପାତ ନଗରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ସହରବାସୀ । ରାଷ୍ଟ୍ରପତି ଜନଜାତି ସଂଗ୍ରହାଳୟ ସମେତ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ଲୁ-ବୁକ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।