ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି By Swadhikar News Last updated Sep 27, 2025 ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡାରେ ପହଞ୍ଚିଲେ ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଛନ୍ତି । ବିମାନବନ୍ଦର ବାହାରେ ପାରମ୍ପରିକ ନାଚ ଗୀତ ମାଧ୍ୟମରେ ମୋଦିଙ୍କୁ ସ୍ବାଗତ କରାଯାଇଛି । ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଉଛନ୍ତି । ଓଡ଼ିଶା ଆସିବା ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଥିଲେ ପ୍ରଧାନମନ୍ତ୍ରୀ । ଏହି ଗସ୍ତରେ ୬୦ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶା ପାଇଁ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ ଉନ୍ନୟନମୂଳକ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ତଥା ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। swadhikarswadhikar news Share