ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ମହାମାରୀ କରୋନା କୁ ମୁକାବିଲା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟରେ ପ୍ରଥମ ଥର ପାଇଁ ଭିଡିଓ କନଫରେନ୍ସିଂରେ ଏହି କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟରେ ବଢୁଥିବା ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଏପ୍ରିଲ୍ ୩୦ ଯାଏଁ ଲକଡାଉନ୍ ଅବଧି ବୃଦ୍ଧି କରିବା ନିଷ୍ପତ୍ତି ନିଆଯାଇଛି।
ମିଳିଥିବା ସୂଚନା ଅନୁସାରେ, ଗଜପତି ମହାରାଜା ଦିବ୍ୟସିଂହ ଦେବ ଜନସାଧାରଣଙ୍କୁ ବାର୍ତ୍ତା ଦେଇ କହିଛନ୍ତି ଯେ ଆନ୍ତରିକତା ସହ ଲକ୍ଡାଉନ୍କୁ ପାଳନ କରନ୍ତୁ ଏଥି ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ନିଷ୍ପତ୍ତିକୁ ସ୍ବାଗତ ଜଣାଇଛନ୍ତି ଗଜପତି ମହାରାଜା । ଶ୍ରୀଶ୍ରଜଗନ୍ନାଥ ମହାପ୍ରଭୁଙ୍କ କୃପାରୁ ଏହି ବିପଦ ଟଳିଯାଉ ବୋଲି ସେ କାମନା କରିଛନ୍ତି।