ପୁରୀ : ଆଜି ପୁରୀ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମେ ମୁଖ୍ୟମନ୍ତ୍ରୀ ୧୧ଟାରେ କଣାସ ବ୍ଲକ ଗଡ଼ସାହି ମେଳଣ ପଡିଆରେ ପହଞ୍ଚିବେ। ଏହାପରେ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦରେ ୨୦ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହାପରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ। ପରେ ନବୀନ ବ୍ରହ୍ମଗିରି ବ୍ଲକ କେରାଣ୍ଡିରେ ପହଞ୍ଚି ଏକ ସାଧାରଣସଭାରେ ଯୋଗଦେବେ। ଏଠାରେ ମଧ୍ୟ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବାର କାର୍ୟ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।
