Odia News Portal

ଦାଦାବଟିକୁ କେନ୍ଦ୍ର କରି ଗୁଳିମାଡ଼

ପୁରୀ: ପୁରୀ ଜିଲ୍ଲା ନରେନ୍ଦ୍ର କୋଣ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ଦାଦାବଟିକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଛି । ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଛନ୍ତି ସ୍ତ୍ରୀ । ଗୁଳିମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁଇ ଜଣ ବାଇକ୍ ଆରୋହୀ ଗୁଳିମାଡ଼ କରି ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି ।

ସୂଚନା ଅନୁଯାୟୀ, ପୁରୀ ନରେନ୍ଦ୍ରକୋଣ ଅଞ୍ଚଳର ଜିତେନ୍ଦ୍ର ସାହୁଙ୍କ ଘରକୁ ଗତକାଲି ରାତି ପାଖାପାଖି ୧୨ଟା ବେଳେ ଦୁଇ ଜଣ ଦୁର୍ବୃତ୍ତ ଆସି କବାଟ ବାଡେଇ ଦାଦାବଟି ମାଗିଥିଲେ । ଜିତେନ୍ଦ୍ର କବାଟ ନ ଖୋଲିବାରୁ ଗ୍ରିଲ୍ ପଟେ ଗୁଳି ଚଳାଇଥିଲେ ଦୁର୍ବୃତ୍ତ । ଏତିକିବେଳେ ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ସ୍ତ୍ରୀ ଶକୁନ୍ତଳା ଆହତ ହୋଇଛନ୍ତି । ଶକୁନ୍ତଳାଙ୍କ ଅଣ୍ଟାରେ ବାଜିଛି ଗୁଳି । ତାଙ୍କୁ ପ୍ରଥମେ ପୁରୀ ମେଡିକାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ ଦୁର୍ବୃତ୍ତମାନେ ଦାଦାବଟି ମାଗୁଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଗତକାଲିର ଘଟଣା ପରେ ଅଭିଯୁକ୍ତଙ୍କୁ ଧରିବାକୁ ତନାଘନା ଚଳାଇଛି ପୁରୀ ପୁଲିସ ।