Odia News Portal

ବିପ୍ଲବୀ ରବି ସିଂଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ବିପ୍ଲବୀ କବି ରବି ସିଂହଙ୍କ ପରଲୋକ । କବି ରବି ସିଂଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ସେ ଟୁଇଟ୍ କରି ଲେଖିଛନ୍ତି: ବିପ୍ଳବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା ତାଙ୍କ କ୍ରାନ୍ତିକାରୀ ରଚନା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ସ୍ୱାଧୀନତା ସଂଗ୍ରାମ ଏବଂ ଓଡ଼ିଆ ସାହିତ୍ୟକୁ ବିପୁଳ ଅବଦାନ ନିମନ୍ତେ ସ୍ୱର୍ଗତ ରବି ସିଂଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।