Odia News Portal

ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ 

ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ରଘୁବର ଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ବିକାଶ ଓ ଲୋକଙ୍କ କଲ୍ୟାଣ ପାଇଁ ନୂଆ ରାଜ୍ୟପାଳଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରଘୁବର ଦାସଙ୍କୁ ସଫଳ କାର୍ଯ୍ୟକାଳର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ ଯେ, ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଦାସ, ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ ।