Odia News Portal

ଟ୍ୱିନସିଟିବାସୀଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ବର()  ରାଜ୍ୟ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଭୁବନେଶ୍ୱର ଏବଂ କଟକକୁ ବର୍ଷା ସତର୍କ ସୂଚନା ଜାରି କରାଯାଇଛି । ଉଭୟ ସହରରେ ଅପରାହ୍ନ ୧୨.୩୦ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ ଲଗାଯାଇଛି । ଉଭୟ ସହରରେ ଘଣ୍ଟାପ୍ରତି ପ୍ରାୟ ୨-୩ ସେମି ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ଘରୁ ନ ବାହାରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି ।