Odia News Portal

୧୯ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର () ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଲଘୁଚାପର ରୂପ ନେଉଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୯ ଟି ଜିଲ୍ଲାରେ ଏହାର ପ୍ରଭାବ ପଡିଵ। ଏହି ସବୁ ଜିଲ୍ଲାରେ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି।

୧୯ ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ନୟାଗଡ, ପୁରୀ, କଟକ, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ, ନୂଆପଡା, ନବରଙ୍ଗପୁର, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଗଞ୍ଜାମ, ଗଜପତି, ଓ କୋରାପୁଟ । ଏହି ସବୁ ଜିଲ୍ଲା ପ୍ରତି ବଜ୍ରପାତ ଆଶଙ୍କା ରହିଛି ।ଆଞ୍ଚଳିକ ପାଣିପାଗ ବିଭାଗ ଏନେଇ ସତର୍କ ସୂଚନା ଜାରୀ କରିଛି।