Odia News Portal

ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା

ସନ୍ଧ୍ୟା ୬ଟା ୪୫ ମଧ୍ୟରେ ରାଜ୍ୟର ୪ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ରାୟଗଡ଼ା, କନ୍ଧମାଳ, ଗଜପତି ଓ ଗଞ୍ଜାମ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।