Odia News Portal

୭ ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ପ୍ରଭାବରେ ମଧ୍ୟମ ଧରଣର ବୃଷ୍ଟିପାତ ସହିତ ପୃଥକ ପୃଥକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଏହା ପରେ ମୌସୁମୀ ପ୍ରବାହ ହେତୁ ପୃଥକ ଭାବରେ ପ୍ରବଳ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଭୁବନେଶ୍ଵର ପକ୍ଷରୁ ସୂଚନା ଦିଆଯାଇଛି।