Odia News Portal

ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ୧୩ଟି ଜିଲ୍ଲାରେ ଆଜି ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୮ ଜିଲ୍ଲାରେ କୁଆପଥର ସହିତ ପ୍ରବଳ ବର୍ଷାର ସମ୍ଭାବନା । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ରୁ ସୂଚନା ମିଳିଛି ।
ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହିତ ପାଗ କୋହଲା ରହିବ । ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି । ଆସନ୍ତାକାଲି ୧୫ଟି ଜିଲ୍ଲାରେ ବର୍ଷା । ଏଥିପାଇଁ ଉପକୂଳ ଓ ଉତ୍ତର ଉପକୂଳ ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ଚାଷୀ ଫସଲକୁ ସାଇତି ରଖିବାକୁ ପରାମର୍ଶ । ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।