Odia News Portal

ଝଡବର୍ଷା ପାଇଁ ୧୨ ଜିଲ୍ଲାକୁ ୱାର୍ଣ୍ଣିଂ

ଉତ୍ତରପୂର୍ବ ମଧ୍ୟପ୍ରଦେଶ ଓ ସମୀପବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ଝଡବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ଝଡବର୍ଷା ନେଇ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କୋରାପୁଟ, ରାୟଗଡା, କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଜ୍ରପାତ ସହ ଝଡବର୍ଷା ସମ୍ଭାବନା ଥିବାରୁ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।