Odia News Portal

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ହେବ ଅଧିକ ଘନୀଭୂତ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ପଶ୍ଟିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆଜି ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେମି ବର୍ଷାର ଆକଳନ କରିଛି ଆଇଏମଡି।

ଆଜି ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମାନଙ୍କରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ ଫ୍ଲଡର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚା ଘର କ୍ଷତିଗ୍ରସ୍ତ ହେବା ଆଶଙ୍କା ମଧ୍ୟ ରହିଛି। ପ୍ରବଳ ବର୍ଷା ହେବା ସମୟରେ ଗାଡିଚଳାଚଳ ପାଇଁ ବାରଣ କରାଯାଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ୧୫ ତାରିଖ ପରେ କମିବ ବର୍ଷା ପରିମାଣ।