Odia News Portal

ବର୍ଷା ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ

ରାଜ୍ୟର ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଏବଂ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି । ତିନି ଜିଲ୍ଲା ହେଉଛି ଅନୁଗୁଳ, ଢେଙ୍କାନାଳ ଏବଂ ବୌଦ୍ଧ । ଏହି ତିନିଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଏବଂ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।