Odia News Portal

ଶ୍ରୀମନ୍ଦିରରେ ରାମଜନ୍ମ ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ରାମଜନ୍ମ ନୀତି ପାଳନ ହେବ। ଏଥିପାଇଁ ମଧ୍ୟାହ୍ନ ଧୂପ ଭୋଗ ଉଠିବା ପରେ ପ୍ରାୟ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଏଣୁ ଭକ୍ତମାନେ ଏହାକୁ ନଜରରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିବାକୁ ବ୍ୟବସ୍ଥା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।