Odia News Portal

ରାଜ୍ୟରେ ବଢ଼ିବ ଶୀତ,ନୂଆବର୍ଷ ସୁଦ୍ଧା ରାଜ୍ୟରେ ୬ ଡ଼ିଗ୍ରୀ ତଳକୁ ଖସିବ ପାରଦ

ରାଜ୍ୟରେ ବଢ଼ିବ ଶୀତ । ଜାନୁଆରୀ ପହିଲାରୁ ରାଜ୍ୟରେ ବଢିବ ଶୀତର ମାତ୍ରା । ସ୍ୱାଭାବିକ ତାପମାତ୍ରା ସର୍ବନିମ୍ନ ୬ଡିଗ୍ରୀ ପର୍ଯ୍ୟନ୍ତ ଖସିଯିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜିଠାରୁ ରାଜ୍ୟକୁ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହିତ ହେବା ଆରମ୍ଭ ହୋଇଛି । ଫଳରେ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ତାପମାତ୍ରା ବଢ଼ିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିବ |

ନୂଆବର୍ଷ ସୁଦ୍ଧା ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬ ଡ଼ିଗ୍ରୀ ପର୍ଯ୍ୟନ୍ତ ଖସିବ । ଗତ ୨୪ ଘଣ୍ଟାରେ ଓଡ଼ିଶାରେ ପାଗ ମୁଖ୍ୟତଃ ଭାବେ ଶୁଖିଲା ରହିଥିଲା । ଏଥିସହ ପାହାଡ଼ିଆ ଅଞ୍ଚଳମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି ଠାରେ ସର୍ବନିମ୍ନ ତାପମାତ୍ରା ୧୨ ଦଶମିକ ୫ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି ଗଜପତି ଓ କୋରାପୁଟରେ ମଧ୍ୟ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ।