Odia News Portal

ବିଧାନସଭାରେ ଉଠିଲା ରୁଚିକା ଆତ୍ମହତ୍ୟା ପ୍ରସଙ୍ଗ

ବିଧାନସଭାରେ ଉଠିଲା ରୁଚିକା ଆତ୍ମହତ୍ୟା ପ୍ରସଙ୍ଗ । ବିଜେବି କଲେଜ ଛାତ୍ରୀ ରୁଚିକାଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ଗୃହରେ ବିରୋଧୀଙ୍କ ହୋହଲ୍ଲା । ବାଚସ୍ପତିଙ୍କ ପୋଡିୟମ ଆଗରେ ବିରୋଧୀଙ୍କ ହୋହଲ୍ଲା ।

ଉଭୟ କଂଗ୍ରେସ ଓ ବିଜେପି ବିଧାୟକ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି । ଯାହାଫଳରେ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ବିଧାନସଭାରେ ରୁଚିକା ଆତ୍ମହତ୍ୟାର ତାତି ଜୋର ଧରିଛି ।

ଅନ୍ୟପଟେ ଝିଅ ରୁଚିକାକୁ ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ପରିବାର । ଗତକାଲିଠାରୁ ବିଭିନ୍ନ ଛାତ୍ର ସଂଗଠନ ସହ ଧାରଣରେ ବସିଛନ୍ତି ରୁଚିକାଙ୍କ ମାଆ । ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେବି କଲେଜ ଗେଟ୍ ସମ୍ମୁଖରେ କିଛି ଛାତ୍ର ସଙ୍ଗଠନ ଧାରଣା ଦେଇଛନ୍ତି । ରୁଚିକାଙ୍କୁ ନ୍ୟାୟ ଓ ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।