Odia News Portal

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଶରଦ ପାୱାର

ନୂଆଦିଲ୍ଲୀ: ଜାତୀୟ ରାଜନୀତିରେ ପୁଣି ଚର୍ଚ୍ଚାକୁ ଆସିଛନ୍ତି ଏନସିପି ନେତା ଶରଦ ପାୱାର । ଶରଦ ପାୱାର ଆଗାମୀ ରାଷ୍ଟ୍ରପତି ହେବା ନେଇ ଚର୍ଚ୍ଚା ଚାଲିଥିବା ବେଳେ ଆଜି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ଏଭଳି ଚର୍ଚ୍ଚାକୁ ବଢାଇଛନ୍ତି । ସେ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ପ୍ରାୟ ୧ ଘଣ୍ଟା ଧରି ଆଲୋଚନା କରିଛନ୍ତି । ଏହା ପୂର୍ବରୁ ଗତକାଲି ସେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ବି ଭେଟିଥିଲେ ।

ଅନ୍ୟପଟେ ସଦ୍ୟ ହୋଇଥିବା କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ସ୍ଥାନ ନମିିଳିବା ଓ ଶରଦ ପାୱାର ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମହାରାଷ୍ଟ୍ରରେ ସରକାର ଗଠନ ସମିକରଣ କୌଣସି ସମୟରେ ବଦଳିପାରେ ବୋଲି ଅନୁମାନ କରାଯାଉଛି । କିଛି ଦିନ ତଳେ ଶିବସେନାର ମୁଖପାତ୍ର ସଂଜୟ ରାୱତ କହିଥିଲେ ଯେ, ବିଜେପି ଅଛୁଆଁ ନୁହେଁ କି ବିଜେପି ସହିତ ଶିବସେନାର ଥିବା ସଂପର୍କରେ ତିକ୍ତତା ନାହିଁ । ଯଦି ମହାରାଷ୍ଟ୍ରରେ ସରକାର ଭାଙ୍ଗି ଶିବସେନା ଓ ବିଜେପି ମିଳିତ ଭାବେ ସରକାର ଗଠନ କରନ୍ତି ତେବେ କଥା ସେହି ୫୦-୫୦ରେ ଛିଡିବ ହେଲେ ବିଜେପିକୁ ମୁଖ୍ୟମନ୍ତ୍ରୀ ପଦ ଏବେ ମିଳିବ ନାହିଁ । ଯଦି ଏନସିପି ଓ ବିଜେପି ମିଳିତ ଭାବେ ସରକାର ଗଠନ କରନ୍ତି ତେବେ ଦେବେନ୍ଦ୍ର ଫର୍ଡନଭିସ୍ ମୁଖ୍ୟମନ୍ତ୍ରୀ ହେବାରେ କିଛି ଅସୁବିଧା ନାହିଁ ।