ଆଜି ଦେଶ ପାଳୁଛି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ । ଏହି ଅବସରରେ ରାଜ୍ୟବ୍ୟାପୀ ଏକତା ଦୌଡ଼ର ଆୟୋଜନ ହୋଇଛି । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏହି ଗଣଦୌଡ଼ରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏକତା ଏବଂ ଆତ୍ମନିର୍ଭର ଭାରତର ଭାବନାକୁ ଜାଗ୍ରତ କରିବା ପାଇଁ ଏହି ଗଣଦୌଡ଼ ଆୟୋଜନ ହୋଇଛି ।
ସ୍ୱାଧୀନ ଭାରତର ସେ ଥିଲେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ । ଭାରତରେ ଥିବା ଗଡ଼ଜାତ ଅଞ୍ଚଳ ଓ ସ୍ୱାଧୀନ ରାଜ୍ୟକୁ ଭାରତ ସହ ମିଶାଇବାରେ ସେ ନେଇଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା । ସାରା ଭାରତ ବର୍ଷରେ ଜଣେ ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ପଟେଲ । ଆଧୁନିକ ଭାରତର ଗଠନକାରୀ ସର୍ଦ୍ଦାର ପଟେଲ ଅକ୍ଟୋବର ୩୧ ତାରିଖ ଆଜିର ଦିନରେ ଗୁଜୁରାଟରେ ଜନ୍ମଗ୍ରହଣ କରିଥିଲେ । ଆଜି ତାଙ୍କର ୧୫୦ ତମ ପୁଣ୍ୟ ଜନ୍ମତିଥିକୁ ସାରା ଭାରତରେ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଉଛି ।
 
						 
			
