ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟି। ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି। ଆସନ୍ତାକାଲିଠୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଖରା ଛୁଟି ଘୋଷଣା ହୋଇଛି। ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର କରିଛି। ତେଣୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି।
ଆଗୁଆ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ପ୍ରବଳ ତାତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସ୍କୁଲ ଗୁଡ଼ିକୁ ଛୁଟି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ କ୍ୟାଲେଣ୍ଡର ଅନୁସାରେ ଜୁନ୍ ୧୬ ପର୍ୟ୍ୟନ୍ତ ସ୍କୁଲ୍ ଛୁଟି ରହିବ। ସ୍କୁଲ ଖୋଲିବା ନେଇ ଯଦି କିଛି ପରିବର୍ତ୍ତନ ଆବଶ୍ୟକ ପଡ଼େ ପରେ ନିଷ୍ପତ୍ତି ହେବ। ବର୍ତ୍ତମାନର ନିଷ୍ପତ୍ତି ଅନୁସାରେ ଜୁନ୍ ୧୬ ଯାଏ ସ୍କୁଲ ବନ୍ଦ ରହିବ।
ମନ୍ତ୍ରୀ ଆହୁରି କହିଛନ୍ତି, ପୂର୍ବ ନିଷ୍ପତ୍ତି ଅନୁସାରେ କାଲି ପ୍ୟାରେଣ୍ଟ-ଟିଚର୍ସ ମିଟିଂ ସ୍କୁଲ୍ରେ ହେବ। କିନ୍ତୁ ଅଭିଭାବକମାନେ ସ୍କୁଲ ଆସିଲା ବେଳେ ପିଲାଙ୍କୁ ସାଥିରେ ଆଣିବେନି।
ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ସରକାର ଏପ୍ରିଲ ୧୨ ତାରିଖରୁ ୧୭ ତାରିଖ ପର୍ୟ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଥିଲେ। ପରେ ପୁଣି ୧୯ ଓ ୨୦ ତାରିଖ ଦୁଇ ଦିନ ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଥିଲା। ତେବେ ତାତିରୁ ନିସ୍ତାର ମିଳୁ ନଥିବାରୁ ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଦିନ ସାଢେ ୧୧ଟା ସୁଦ୍ଧା ରାଜ୍ୟର କିଛି ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହୁଛି।
Sign in
Sign in
Recover your password.
A password will be e-mailed to you.
